ପାଇକମାଲ : ପାଇକମାଲ ସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଟକ ମୁଣ୍ଡୁଲିର ଏନଡିଆରଏଫ ଟିମ ଦ୍ୱାରା ଛାତ୍ରଛାତ୍ରୀ ଏବଂ କର୍ମଚାରୀମାନଙ୍କ ସୁରକ୍ଷା ନେଇ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବନ୍ୟା, ବାତ୍ୟା, ଅଗ୍ନିକାଣ୍ଡ ପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ଧନଜୀବନ ସୁରକ୍ଷିତ ରକ୍ଷା କରାଯାଇପାରିବ ସେ ସଂପର୍କରେ ପ୍ରଶିକ୍ଷଣ ଦିଆଯାଇଥିଲା । ଏ ଅବସରରେ ଏନଡିଆରଏଫ ନିରୀକ୍ଷକ ଉଦୟ ଶଙ୍କର ପ୍ରସାଦ, ପାଇକମାଲ ତହସିଲଦାର ମୋନଜ ମେହେର, ବିଡିଓ ଉପାଞ୍ଜଳୀ ମାଝୀ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ପରିଶେଷରେ ବିଦ୍ୟାଳୟର ଅଧ୍ୟକ୍ଷ ସରୋଜ କୁମାର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।