ବରଗଡ଼ : ବରାହଗୁଡ଼ାସ୍ଥିତ କ୍ରିଷ୍ଣା ବିକାଶ ଗ୍ରୁପ୍ ଅନ୍ତର୍ଗତ ବିକାଶ ଆବାସିକ ବିଦ୍ୟାଳୟରେ ଉତ୍ସାହ ଉଦ୍ଦୀପନା ସହକାରେ ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ତଥା କ୍ରିଷ୍ଣା ବିକାଶ ଗ୍ରୁପ୍‌ର ଚେୟାର୍‌ମେନ ଡି.ମୂରଲୀ କ୍ରିଷ୍ଣା ଓ ଟ୍ରଷ୍ଟି ଡି. ରାମ ତୁଳସୀ ଭଗବାନ ଶ୍ରୀକୃଷ୍ଣଙ୍କ ପ୍ରତିମୂର୍ତୀରେ ମାଲ୍ୟାର୍ପଣ ଓ ଦୀପ ପ୍ରଜ୍ଜ୍ୱଳନ କରିଥିଲେ । ମୁଖ୍ୟଅତିଥି ଚେୟାରମେନ କ୍ରିଷ୍ଣା ତାଙ୍କର ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ କଠିନ ଧର୍ମର ପଥ ଅନୁସରଣ କରିବା ପାଇଁ କହିବା ସହିତ ଧର୍ମ ପଥରେ ଅଗ୍ରସର ହେଲେ ଭବିଷ୍ୟତ ଜୀବନ ସୁଖମୟ ହେବ ବୋଲି ଉଦ୍‌ବୋଧନ ଦେଇଥିଲେ । ବିଦ୍ୟାଳୟର କୁନି କୁନି ଛାତ୍ରଛାତ୍ରୀମାନେ ବାଳକୃଷ୍ଣ ଓ ରାଧା ରୂପ, ଦହିହାଣ୍ଡି ଖେଳ ଓ ନୃତ୍ୟଗୀତର ଆସରରେ ସମଗ୍ର ସାରସ୍ୱତ ପରିବେଶକୁ ଉତ୍ସବମୁଖର କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବିକାଶ ଆବାସିକ ବିଦ୍ୟାଳୟର କାର୍ଯର୍୍ୟକାରୀ ଅଧ୍ୟକ୍ଷ ଶିଶିର ପ୍ରସାଦ ରାଉଳ, ସିନିୟର୍ ସେକେଣ୍ଡାରୀ ଅଧ୍ୟକ୍ଷ ଚିତ୍ତରଞ୍ଜନ ପତି, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ନାରାୟଣ ରଥ, ଆବାସିକ ବିଦ୍ୟାଳୟର ଉପାଧ୍ୟକ୍ଷ ପ୍ରଦୀପ କୁମାର ସାହୁ, ଶିକ୍ଷକ-ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ । ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପରିଚାଳିତ ହୋଇଥିଲା । ସନ୍ଧ୍ୟା ସମୟରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିକାଶ ମଲ୍ଟି-ସ୍ପେସିଆଲିଟି ହସ୍ପିଟାଲ୍‌ରେ ଅବସ୍ଥିତ ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଶ୍ରୀକୃଷ୍ଣଙ୍କ ଭକ୍ତି ସମ୍ବଳିତ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Leave a Reply

Your email address will not be published.

error: Content is protected !!