ଝାରବନ୍ଧ : ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ବରଗଡ଼ ଜିଲ୍ଳାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜଳସେଚନ, ବିଦ୍ୟୁତ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୫୧ ଗୋଟି ଅଭିଯୋଗ ମଧ୍ୟରୁ ୧୨୨ ଗୋଟି ବ୍ୟକ୍ତିଗତ ଏବଂ ୨୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି ହୋଇଥିଲା । ଜିଲ୍ଳାପାଲ ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଶିବିରରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ଟ୍ରାଇସାଇକଲ୍ ମଧ୍ୟ ପ୍ରଦାନ କରାଯାଇଥିଲା ।

ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୁନାଲ ମୋତିରାମ ଚୌହାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ନିରୂପମା ଷଡଙ୍ଗୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

Share now

Leave a Reply

Your email address will not be published. Required fields are marked *

error: Content is protected !!
This is default text for notification bar