ପଦ୍ମପୁର  : ପୁରେନା ପଞ୍ଚାୟତ ଉଚ୍ଚବିଦ୍ୟାଳୟରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ରେଣୁଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଜ୍ଞାନ ଶିକ୍ଷକ ପ୍ରମୋଦ ନାଥ ପ୍ରାଥମିକ ଚିକିତ୍ସା ଦିବସର ମହତ୍ତ୍ୱ ସମ୍ବନ୍ଧରେ ଆଲୋକପାତ କରିଥିଲେ । ବରିଷ୍ଠ ଶିକ୍ଷକ ଅକ୍ଷୟ କୁମାର ବେହେରା, ଟିକେଲାଲ ସାହୁ ଓ ଚନ୍ଦ୍ରଭାନୁ ବଡ଼ଗୁଛିଆ ଉପସ୍ଥିତ ଥିବା ବେଳେ ସୁରେଶ ପଟେଲ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ ।

Leave a Reply

Your email address will not be published.

error: Content is protected !!