ବରଗଡ଼ : ଜିଲ୍ଲା ପ୍ରଶାସନ ତଥା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଟାଉନ ହଲ ଠାରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ- ୨୦୨୪ ପାଳିତ ହୋଇଯାଇଛି । ଏ ଅବସରରେ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ମଧୁଚନ୍ଦା ସାହୁଙ୍କ ସମେତ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚର ସଭାପତି, ଡ଼ିଏସପି ବରଗଡ଼ ଏବଂ ଡିଏଲଏସଏ ବିଚାରପତି ପ୍ରମୁଖ ମଞ୍ଚାସୀନ ଥିଲେ । ବରିଷ୍ଠ ନାଗରିକଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଚଳିତ ବିଭିନ୍ନ ଯୋଜନା ଯଥା ସାମାଜିକ ସୁରକ୍ଷା ନିମନ୍ତେ ବିଷୟରେ ଅତିଥିମାନେ ଆଲୋଚନା କରିଥିଲେ ।

Leave a Reply

Your email address will not be published.

error: Content is protected !!