ବରଗଡ଼ : ବରଗଡ଼ ରାଣା ପ୍ରତାପ ସ୍କୁଲରେ ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ସୁଦୀପ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ରାମଧୂନ୍ ଗାନ ସହ ପ୍ରଭାତ ଫେରି ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଆୟୋଜିତ ବକୃତା ପ୍ରତିଯୋଗିତାରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ପଦ୍ମିନୀ ଗଡତିଆ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୂର୍ବତନ ସ୍କୁଲ କମିଟି ଅଧ୍ୟକ୍ଷା ଗୀତା ବେହେରା , ଶିକ୍ଷୟିତ୍ରୀ ସୁନୀତା ମିଶ୍ର , ଗୀତା ଜାଲ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ଅନୁଷ୍ଟିତ ବକୃତା ପ୍ରତିଯୋଗିତା ରେ ୨୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ପରେ ପରେ ଛାତ୍ରଛାତ୍ରୀ , ଶିକ୍ଷକ ଶିକ୍ଷୟିତ୍ରୀ ଓ ସ୍କୁଲ ପରିଚାଳନା କମିଟି ମିଳିତ ଉଦ୍ୟମରେ ସ୍କୁଲ ପରିସର ସଫେଇ କରାଯାଇ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published.

error: Content is protected !!