ବରଗଡ଼ : ମାହେଶ୍ୱରୀ ନର୍ସିଂ କଲେଜରେ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ । କଲେଜର ସଂପାଦିକା ସନ୍ତୋଶିନୀ କର୍ଣ୍ଣ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ସମାରୋହରେ ସମସ୍ତ ଛାତ୍ରଛାତ୍ରୀ ତଥା କର୍ମଚାରୀ ଉପସ୍ଥିତ ଥିଲେ । ଏ ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।

Share now

Leave a Reply

Your email address will not be published. Required fields are marked *

error: Content is protected !!
This is default text for notification bar